THE GENERATOR

Pages


ରାଜ୍ୟ ବଜେଟ୍ ପାଇଁ  ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ମୋହନ ମାଝୀ

 ଆଗକୁ ରାଜ୍ୟ ବଜେଟ୍ । ତା'ପୂର୍ବରୁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା ପ୍ରସ୍ତାବ ଗ୍ରହଣ କରିବା ଆବଶ୍ୟକ । ତେଣୁ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତରେ କରାଯିବାର ଆବଶ୍ୟକତା ରହିଛି । ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୪-୨୦୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ ପାଇଁ ଏକ ନିର୍ଦ୍ଦିଷ୍ଟ ଫର୍ମାଟ୍ ତିଆରି କରିଛି । ୱେବ ପୋର୍ଟାଲ ହେଉଛି budget.odisha.gov.in। ସେହିପରି odisha.budget@gov.in ଠିକଣାରେ ଇ-ମେଲ୍ ମଧ୍ୟ କରିପାରିବେ । ଏହାବ୍ୟତୀତ 94381-61111 ମୋବାଇଲ୍ ନମ୍ବରରେ ବଜେଟ୍ ସମ୍ବନ୍ଧୀୟ ମତାମତ ପଠାଇପାରିବେ ।

ଏହା ବ୍ୟତୀତ , ଫେସବୁକ, ଇନଷ୍ଟାଗ୍ରାମ୍ ମାଧ୍ୟମରେ ମଧ୍ୟ ମତ ପଠାଇପାରିବେ । ଏସବୁ ଜରିଆରେ ସାଧାରଣ ଜନତା, ନାଗରିକ ସମାଜ, ବିଭିନ୍ନ ସିଭିଲ୍ ସୋସାଇଟି ସଂଗଠନ ନିଜର ମତାମତ ଜୁନ୍ ୨୦ରୁ ଜୁଲାଇ ୫ ତାରିଖ ଯାଏଁ ପଠାଇପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇଛି । ଆଜି ବାଚସ୍ପତି ନିର୍ବାଚନ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଇଛି । ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି । ମନୋନୀତ ହେବାପରେ ସୁରମା ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି।


No comments:

Post a Comment